ଭୁବନେଶ୍ବର: ସାମ୍ବାଦିକା ଶିଲା ପଟ୍ଟନାୟକ ମୃତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁର୍ଘଟଣାରେ ମୃତ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଦିଆଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି ।
ସିଏମ୍ଓ ଓଡ଼ିଶା ପକ୍ଷରୁ ‘ଏକ୍ସ’ରେ ଲେଖାଯାଇଛି ଯେ, ବୈଦ୍ୟୁତିକ ଗଣମାଧ୍ୟମ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଥିଲା । ନିଚ୍ଛକ ସମ୍ବାଦ ପରିବେଷଣ ଏବଂ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ତାଙ୍କ ଅବଦାନ ପ୍ରତି ସମ୍ମାନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କାର । ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।