ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ହୁମ୍ମାଠାରେ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ମହିଳାଙ୍କ ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।
ଗଞ୍ଜାମ ଜିଲ୍ଲା ହୁମ୍ମାଠାରେ ଏକ ଦୁଃଖଦ ଦୁର୍ଘଟଣାରେ କେ. ମାଳତୀ ପ୍ରଧାନ (ସ୍ୱାମୀ – କେ. ରାଜେନ୍ଦ୍ର ପ୍ରଧାନ) ଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ…
— CMO Odisha (@CMO_Odisha) August 20, 2025
ଦୁର୍ଘଟଣାରେ କେ. ମାଳତୀ ପ୍ରଧାନ (ସ୍ୱାମୀ – କେ. ରାଜେନ୍ଦ୍ର ପ୍ରଧାନ)ଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
Comments are closed.