ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଆଜି ତାଙ୍କ କାର୍ଯ୍ୟକାଳର ଦ୍ୱିତୀୟ ବଜେଟ୍ ଉପସ୍ଥାପନ କରିଛନ୍ତି । ପ୍ରଥମେ ସେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ଆଲୋଚନା କରିଛନ୍ତି । ସେ କହିଛନ୍ତି ଯେ, ଦେଶର ଅର୍ଥ ବ୍ୟବସ୍ଥା ବିଗିଡି ଯାଇଛି । ଏହାସହ ଏଣିକି ରାଜସ୍ଥାନର ସମସ୍ତ ସରକାରୀ ସ୍କୁଲରେ ଶନିବାର ନୋ ବ୍ୟାଗ୍ ଡେ’ ଘୋଷଣା କରାଯିବ ବୋଲି ଗେହଲଟ କହିଛନ୍ତି । ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ଉପରେ ପଡୁଥିବା ବୋଝ କିଛି ପରିମାଣର କମିଯିବ ।
ଏଥର ରଜସ୍ଥାନ ସରକାର ବଜେଟ୍ରେ କୃଷି ପାଇଁ ପ୍ରାୟ ୩୪୨୦ କୋଟି ଟଙ୍କାର ବ୍ୟୟବରାଦ ଘୋଷଣା କରିଛନ୍ତି । ସେହିପରି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫ ପ୍ରତିଶତ ବୃଦ୍ଧି କରାଯାଇ ୧୭ ପ୍ରତିଶତ ଦିଆଯିବ ବୋଲି ଘୋଷଣା ହୋଇଛି । ମହିଳା ସଶକ୍ତିକରଣ ପାଇଁ ମଧ୍ୟ ଶହେ କୋଟି ଟଙ୍କା ଘୋଷଣା କରାଯାଇଛି । ଏଥିସହ ସ୍ୱାସ୍ଥ୍ୟ ସେବା ପାଇଁ ୧୪ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.