Latest Odisha News

କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଅଧିକ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ସତର୍କ ରହିବା ପାଇଁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି । ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କ ରହିବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ । ବ୍ୟାପକ ଜନସଚେତନତା ଓ କୋଭିଡ୍ ନିୟମକୁ ମାନିବା ପାଇଁ ରାଜ୍ୟବାସୀଙ୍କୁ କହିଛନ୍ତି ।

ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଧିକାଂଶ ଜିଲ୍ଲାରେ ନୂଆ ସଂକ୍ରମଣ କମୁଛି । କୋଭିଡ ପରିଚାଳନାରେ ଓଡ଼ିଶା କ୍ରମାଗତ ଭାବେ ଭଲ ପ୍ରଦର୍ଶନ କରିଆସୁଛି । ବିଭିନ୍ନ କ୍ଷେତ୍ରରେ ଜାତୀୟ ହାରଠାରୁ ବି ଓଡ଼ିଶାର ସ୍ଥିତି ଭଲ । ଆଗକୁ ଅଧିକ ସତର୍କ ହେବାର ଆବଶ୍ୟକତା ରହିଛି ।

କେରଳ କୋଭିଡ ପରିଚାଳନାରେ ଭଲ ପ୍ରଦର୍ଶନ କରି ଆସୁଥିବା ବେଳେ ପରେ ସେଠାରେ ସ୍ଥିତି ବଦଳି ଯାଇଥିଲା । ସଂକ୍ରମଣ ବଢ଼ିଥିଲା । ତେଣୁ ମହାମାରୀକୁ ହାଲକାରେ ନେଲେ ପରିସ୍ଥିତି ଗମ୍ଭୀର ହେବାର ଆଶଙ୍କା ରହିଛି ବୋଲି କହିଛନ୍ତି ନବୀନ ।

ରାଜ୍ୟର ଅର୍ଥନୈତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଶିଳ୍ପ ପ୍ରକଳ୍ପଗୁଡିକୁ ସବୁସ୍ତରରେ ସହଯୋଗ ଓ ପୁଞ୍ଜି ବିନିଯୋଗର ଲାଭ ଯେପରି ଲୋକେ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ପରାମର୍ଶ ଦେଇଛନ୍ତି ନବୀନ । ଯେକୌଣସି ଅର୍ଥନୈତିକ କାର୍ୟ୍ୟକ୍ରମରେ ବାଧା ସୃଷ୍ଟି କରାଗଲେ ଦୃଢ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ନବୀନ ।

Leave A Reply

Your email address will not be published.