Latest Odisha News

BREAKING NEWS

ଯାତ୍ରା ଅଭିନେତା ମହେନ୍ଦ୍ର ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପ୍ରଖ୍ୟାତ ଜଲିଉଡ କଳାକାର ମହେନ୍ଦ୍ର ଦାସ ଓରଫ ଭିକୁ ସେଠ୍‌ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି ।

ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଲେଖିଛନ୍ତି ଯେ, ‘ବିଶିଷ୍ଟ ଯାତ୍ରା ଅଭିନେତା ମହେନ୍ଦ୍ର ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ବିୟୋଗ ଓଡିଆ ଯାତ୍ରା ଯାତ୍ରା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ନିଆରା ଯାତ୍ରା ପରିବେଷଣ ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କର ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ମୁଁ ସମବେଦନା ଜଣାଉଛି ।’

ଆଜି ସକାଳେ ମହେନ୍ଦ୍ର ଦାସ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାକୁ ନିଆଯାଇଥିଲା । କିନ୍ତୁ ଅଧାବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା ।

Leave A Reply

Your email address will not be published.