Latest Odisha News

BREAKING NEWS

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

ଏକ ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ‘ଶ୍ରୀ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସ୍ୱତନ୍ତ୍ର ସଙ୍ଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଚିଲିକା ତୀରେ,ଅଗ୍ନିପରୀକ୍ଷା ଓ ମେଘମୁକ୍ତି ଆଦି ଚଳଚ୍ଚିତ୍ରରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।’

ଶ୍ରୀ ମହାପାତ୍ର ଗତ କିଛି ଦିନ ହେଲା ଅସୁସ୍ଥ ଥିଲେ । ଦୁଇ ଦିନ ତଳେ ସେ ଗୁରୁତର ହୋଇପଡିବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇୁଥିଲା । ଗତକାଲି ବିଳମ୍ବିତ ରାତିରେ ତାଙ୍କର ୮୫ ବର୍ଷ ବୟସରେ ପରଲୋକ ଘଟିଥିଲା ।

Leave A Reply

Your email address will not be published.