Latest Odisha News

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ୧୫୫ କୋଟିର ପ୍ୟାକେଜ 

ଭୁବନେଶ୍ୱର: ଆଜି ବାଲେଶ୍ୱର ସହର ବିକାଶ ପାଇଁ ୧୫୫ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ବାଲେଶ୍ୱର ମୁନସିପାଲିଟି ଅଚଂଳରେ ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପ ପାଇଁ ଏହି ପ୍ୟକେଜ ଘୋଷଣା କରାଯାଇଛି ।

BjdElectrycity

ବାଲେଶ୍ୱର ପୌରାଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର୍ଯ୍ୟାୟର ଉଚ୍ଚସ୍ତରୀୟ ବୈଠକ ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ, ୫ଟି ସଚିବଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ କିଷନ କୁମାର ସକାଳେ ବାଲେଶ୍ୱର ଗସ୍ତ କରି ବିଭିନ୍ନ ପ୍ରକଳ୍ପ ବାବଦରେ ଆଲୋଚନା କରିଥିଲେ । ସେଠାରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ଆଉ ଏହାପରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ପୌରାଞ୍ଚଳ ପାଇଁ ବଡ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି “ବାଲେଶ୍ଵର ହେଉଛି ଓଡିଶାର ଅନ୍ଯତମ ମୁଖ୍ୟ ସହର । ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ । ଏ ଅବସରରେ ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ପ୍ରକଳ୍ପ ଗୁଡିକ ଘୋଷଣା କରିଥିଲେ….

୧. ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟରେ ବାଲେଶ୍ଵର ସହଦେବଖୁଣ୍ଟା ବସଷ୍ଟାଣ୍ଡର ବିକାଶ କରାଯିବ

୨. ତୁମୂଳିଆ ଗେଟ ଫ୍ଲାଇଓଭର ଠାରୁ  ଷ୍ଟେସନ ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାକୁ ଛଅ ଥାକିଆ କରାଯିବ । ଏହା ସହିତ ଏ ରାସ୍ତାରେ ଆଧୁନିକ ଷ୍ଟ୍ରିଟ ଲାଇଟର ବ୍ୟବସ୍ଥା କରାଯିବ । ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି ।

୩. ବାଲେଶ୍ଵରର କ୍ରୀଡାବିତଙ୍କ ଭିତରେ ଥିବା ପ୍ରତିଭାର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ ମଲ୍ଟି ପ୍ରପୋଜ ଇନଡୋର ହଲ୍ ଓ ସ୍ୱିମିଂ ପୁଲ୍ ଭିତ୍ତିଭୂମିର ବିକାଶ କରାଯିବ । ଏହାସହିତ କ୍ରୀଡାବିତଙ୍କ ପାଇଁ ଉଚ୍ଚମାନର ତାଲିମ ବ୍ୟବସ୍ଥା କରାଯିବ ।

୪. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା ବୁଢାବଳଙ୍ଗ ନଦୀରେ ୫୩ କୋଟି ଟଙ୍କା ଖର୍ଚ୍ଚରେ ନଦୀବନ୍ଧର ସୁରକ୍ଷା ସହିତ ସୌନ୍ଦର୍ଯ୍ୟକରଣ କରାଯିବ । ବାଲେଶ୍ଵର ସହରବାସୀଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢାବଳଙ୍ଗ ନଦୀକୂଳର ଆବଶ୍ୟକ ବିକାଶ କରାଯିବ ।

୫. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡିକ ଯଥା ଗଡଗଡିଆ ପୋଖରୀ, ଶୋଭାରାମପୁର ପୋଖରୀ, ବଡଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର ସୌନ୍ଦଯ୍ୟକରଣ ଓ ବିକାଶ କରାଯିବ ।

୬. ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଡ୍ରେନେଜ କେନାଲ ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ବାଲେଶ୍ଵର ମେଡିକାଲ କଲେଜର ଟିଚିଂ ହସ୍ପିଟାଲ ନିମନ୍ତେ ୨୭୫ କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ କିଛି  ମାସ ହେବ ବାଲେଶ୍ଵର  ମ୍ୟୁନିସିପାଲିଟି ପକ୍ଷରୁ ୧୬ କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ, କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି ।

ବାଲେଶ୍ୱରବାସୀଙ୍କୁ କଥା ଦେଇଥିଲି ଯେ, ବାଲେଶ୍ୱର ମ୍ୟୁନିସପାଲିଟିର ବିକାଶ ଉପରେ ଧ୍ୟାନ ଦେବୁ । ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ  ଆମେ କାମ କରି ଚାଲିବୁ । ଏସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରଥମିକତାର ସହ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏନେଇ ବାଲେଶ୍ଵର ଜିଲ୍ଲାର ଭାଇ ଭଉଣୀଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.