Latest Odisha News

BREAKING NEWS

ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଯିବ । ଦୁଇ ମାସ ମଧ୍ୟରେ ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ହସ୍ତାନ୍ତର କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମାନଙ୍କରେ ରହିଛି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା, ଦୋକାନ ଘର, ଗଡ଼ିଆ, ପୋଖରୀ ଇତ୍ୟାଦି ରହଛି । ଏଗୁଡିକୁ ସମ୍ପୃକ୍ତ ଜିଲ୍ଲା, ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇ ପାରିବେ । ସାଧାରଣ ଲୋକ ଉପକାର ପାଇବେ । ମିଶନ ଶକ୍ତିର ମା’ ମାନେ ତାକୁ ଆର୍ଥିକ କାର୍ଯ୍ୟରେ ଲଗାଇ ପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି । ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି । ମା’ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି । ୭୦ ଲକ୍ଷ ମା’ ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଏ ।

Leave A Reply

Your email address will not be published.