Latest Odisha News

BREAKING NEWS

ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ବିଷ୍ଣ ଦାସ ଜଣେ ଲୋକପ୍ରିୟ ରାଜନେତା, ଦକ୍ଷ ସଂଗଠକ ତଥା ପ୍ରଶାସକ ଥିବା ମୁଖ୍ୟମନ୍ତ୍ରୀ ଏକ ଶୋକ ବାର୍ତ୍ତା ଦେଇ କହିଛନ୍ତି । ଏଥି ସହ ମନ୍ତ୍ରୀ, ସାଂସଦ ତଥା ବିଧାୟକ ଭାବେ ଓଡିଶା ପାଇଁ ତାଙ୍କର ଅବଦାନ ରହିଛି । ବିଶେଷ କରି ଜଗତସିଂହପୁର ଅଂଚଳର ବିକାଶ ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି । ଦଳିତ ଓ ସମାଜର ଅବହେଳିତ ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ସେ ସାରା ଜୀବନ ଉତ୍ସର୍ଗୀକୃତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ପରଲୋକାଗତ ଆତ୍ମାର ସଦଗତି କାମନା ସହ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ନବୀନ ।

Leave A Reply

Your email address will not be published.