Latest Odisha News

BREAKING NEWS

ବାଣ କାରଖାନାରେ ନିଆଁ ଲାଗି ୧୧ ଜଣଙ୍କ ମୃତ୍ୟୁ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ତାମିଲନାଡ଼ୁ ବିରୁଧୁନଗର ବାଣ ତିଆରି କାରଖାନାରେ ଅଗ୍ନିକାଣ୍ଡରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୩୬ ଜଣ ଆହତ ହୋଇଛନ୍ତି । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ସହାୟତା ଓ ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେବାକୁ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିଭଳି ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାର ଲାଗି ୨ ଲକ୍ଷ ଓ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦେବାକୁ ଘୋଷଣା କରିଛନ୍ତି । ବାଣ କାରଖାନାରେ ନିଆଁ ଲାଗି ଆହତ ହୋଇଥିବା ସମସ୍ତଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଦେବାକୁ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.