Latest Odisha News

BREAKING NEWS

କଳାହାଣ୍ଡିବାସୀଙ୍କୁ ୨ ହଜାର ୮୫କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ନବୀନ

କେସିଙ୍ଗା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡିବାସୀଙ୍କୁ ଆଜି ୨୦୮୫ କୋଟି ଟଙ୍କାର ଭେଟି ଦେଇଛନ୍ତି । ସେ ମୋଟ ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଯେଉଁଥିରେ ରହିଛି, ୯୮୬ କୋଟି ୭୧ ଲକ୍ଷ ଟଙ୍କାରେ ନିର୍ମିତ ପର୍ବତଗିରି ଉଠାଜଳସେଚନ ପ୍ରକଳ୍ପ । ଏହି ବୃହତ ଉଠା ଜଳପ୍ରକଳ୍ପ ଯୋଗୁଁ କଳାହାଣ୍ଡିର ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଳକ ପ୍ରାୟ ୨୫ ହଜାର ୨୭୫ ହେକ୍ଟର ଚାଷଜମି ଜଳସେଚିତ ହୋଇପାରିବ । ଏଥିରେ ୩ ଲକ୍ଷ ଲୋକ ଉପକୃତ ହେବେ । ଏଥି ସହ ଏହା ମଧ୍ୟରେ ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍‌ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି।

ଜୟପାଟଣା ବ୍ଲକ ମଙ୍ଗଳପୁରଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ। କଳାହାଣ୍ଡିର ପରିବର୍ତ୍ତନର ସବୁ ଶ୍ରେୟ ସେ ଇନ୍ଦ୍ରବତୀ ନଦୀକୁ ଦେଇଥିଲେ ।

ଏଥି ସହ କୃଷି କ୍ଷେତ୍ରରେ କଳାହାଣ୍ଡିର ବିକାଶର ଉଚ୍ଚପ୍ରଶଂସା କରିଥିଲେ । ଏଥି ସହ ସେ କହିଥିଲେ ଯେ, ‘ଦିନେ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଏବେ ଭାତହାଣ୍ଡି ହୋଇଛି । କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ, ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି। ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି, କଳାହାଣ୍ଡି ଏକାକି ସେତିକି ଚାଉଳ ଯୋଗାଉଛି ।’

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଟୁକୁନି ସାହୁ , ମନ୍ତ୍ରୀ ରଘୁନଦନ ଦାଶ, ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପ୍ରମୁଖ ଉଦବୋଧନ ଦେଇଥିଲେ ।

Leave A Reply

Your email address will not be published.