Latest Odisha News

BREAKING NEWS

ବାହାନଗା ହାଇସ୍କୁଲ ପୁନଃନିର୍ମାଣ; ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ପୁନଃନିର୍ମାଣ କରାଯିବ ।  ୫ଟି ଯୋଜନାରେ ଏହି ସ୍କୁଲର  ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।
 ବାହାନଗା ରେଳ ଦର୍ଘଟଣା ପରେ ଏହି ସ୍କୁଲ ଚର୍ଚ୍ଚାକୁ ଆସିଥିଲା ।  ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତଃସ୍ପୃତ  ଭାବରେ ଯୋଗ ଦେଇଥିଲେ । ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ ।

ସୂଚନାଥାଉ କି, ବହାନଗା  ଟ୍ରେନ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିଲା । ଶତାଧିକ ଖଣ୍ଡ ବିଖଣ୍ଡିତ ମୃତଦେହକୁ ବାହାନଗା ସ୍କୁଲ୍ ପରିସରରେ ରଖା ଯାଇଥିଲା । ଦୁଇ ଦିନ ପରେ ପ୍ରଶାସନ ମୃତଦେହକୁ ସ୍କୁଲରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା । ହେଲେ ଏହି ସ୍କୁଲକୁ ଭାଙ୍ଗି ଆଉ ଥରେ କରିବା ପାଇଁ ସ୍ଥାନୀୟବାସୀ ଅଭିଯୋଗ କରିଥିଲେ । ସମସ୍ତଙ୍କ ସହ ଆଲାେଚନା ପରେ ଏହାକୁ  ଭଙ୍ଗାଯିବା ନିଷ୍ପତ୍ତି ନିଆ ଯାଇଥିଲା ।

 5T ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ । ୧୫ ଦିନ ମଧ୍ୟରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Comments are closed.