Latest Odisha News

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  କନିଷ୍ଠ ଶିକ୍ଷକଙ୍କୁ (Junior Teacher)ଙ୍କ ବଢ଼ିଲା ଦରମା । ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ ପାଇବେ । ଜାନୁଆରୀ ମାସରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତି ନେଇଛନ୍ତି ସରକାର । ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି, ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ ଯେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ

Leave A Reply

Your email address will not be published.