Latest Odisha News

୨୨ ପୁଲିସ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ୭୬ତମ ସ୍ୱାଧୀନତା ଦିବସ ଅବସରରେ  ପୁଲିସ ଅଧିକାରୀ ଓ  କର୍ମଚାରୀଙ୍କୁ ପୁଲିସ ପଦକ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସାହସିକତା ପାଇଁ ୯ ଜଣଙ୍କୁ ପୁଲିସ ପଦକ, ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ପଦକ ପ୍ରଦାନ କରାଯାଇଛି।  ଲୋକ ସେବା ଭବନ କନଫରନେସ ହଲରେ ଏହି ସମ୍ମାନ ପ୍ରଦାନ କରାଯାଇଥିଲା ।

ସାହସିକତା ପାଇଁ ମାଲକାନଗିରି ଓଏପିଏଫର ସ୍ୱର୍ଗତ ଜୟରାମ କବାସୀ, ମୟୂରଭଞ୍ଜ ଏସପି ରିଷିକେଶ ଡି. ଖଲାରୀ, ମାଲକାନଗିରି ଓଏପିଏଫର ରାମୁ ଦୁରୁଆ, କନେଷ୍ଟବଳ ବନ୍ଧୁ ହନ୍ତାଳ, ଘେନୁ ହନ୍ତାଳ, ଭୁବନେଶ୍ୱର ଚନ୍ଦକା ଏସଓଜି ହାବିଲଦାର ପ୍ରବୀଣ ଥାପା, ରାଜେଶ ବିଶ୍ୱକର୍ମା, ଏସଓଜି କମାଣ୍ଡୋ ଜୀବନ ସହାଇ ଏବଂ ଔଷଧିନାଥ ବେହେରାଙ୍କୁ ପୁଲିସ ପଦକ ପ୍ରଦାନ କରାଯାଇଥିଲା ।

ସେହିପରି କମିସନରେଟ ପୁଲିସର ଅତିରିକ୍ତ ଡିସିପି ପ୍ରାଣକୃଷ୍ଣ ରାଉତ ଏବଂ କଟକର କନେଷ୍ଟବଳ ପ୍ରଦୀପ କୁମାର ମହାନ୍ତିଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା ।

ପ୍ରଶଂସନୀୟ ସେବା ପାଇଁ  ଭିଜିଲାନ୍ସ ନିର୍ଦ୍ଦେଶାଳୟର ଆଇଜି ସଞ୍ଜୟ କୁମାର କୌଶଳ, ଭଦ୍ରକର ଡିଏସପି କମଳ ଲୋଚନ ଭୂୟାଁ, ଭିଜିଲାନ୍ସ ନିର୍ଦ୍ଦେଶାଳୟର ଡିଏସପି ସୁଜାତା ଖଣ୍ଡୁଆଳ, ସ୍ପେଶାଲବ୍ରାଞ୍ଚ ଡିଏସପି ରଘୁନାଥ ପ୍ରସାଦ ନାୟକ, କମିସନରେଟ ଏସିପି ଅରୁଣ କୁମାର ସ୍ୱାଇଁ, ଭିଜିଲାନ୍ସ ନିର୍ଦ୍ଦେଶାଳୟର ହାବିଲଦାର ସେଖ ଆତାଉଲ୍ଲା, ଏଏସଆଇ କୃତିବାସ ପଣ୍ଡା, ସମ୍ବଲପୁର ଏସଆଇ ମଧୁସୂଦନ ବେହେରା, ଡେପୁଟି କମାଣ୍ଡାଣ୍ଟ ପୱଲ ଦୟାଲ ବା, ଗଞ୍ଜାମର ଡିଏସପି ଅଜୟ କୁମାର ମିଶ୍ର, ବ୍ରହ୍ମପୁରର କନେଷ୍ଟବଳ ମାଇଲି ମୋହନଙ୍କୁ  ପୁଲିସ୍ ପଦକ ପ୍ରଦାନ କରାଯାଇଥିଲା ।  ସେହିପରି ଜେଲ ବିଭାଗର ଝାରପଡା ଜେଲ ସୁପରିଟେଣ୍ଡ ସତ୍ୟପ୍ରକାଶ ସ୍ୱାଇଁ ଓ ଆଠମଲ୍ଲିକ ଜେଲର ଦିଲିପ କୁମାର କେରକେଟାଙ୍କୁ ସମ୍ମାନିତ କରିଥିଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.