ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ତିନିଟି ପୁସ୍ତକର ଲୋକାର୍ପଣ କରିଛନ୍ତି । ଏଥିମଧ୍ୟରେ ରହିଛି ସହକାରୀ ଆୟକର ଆୟୁକ୍ତ ଶ୍ରୀ ଦୁର୍ଗାପ୍ରସାଦ ମହାପାତ୍ରଙ୍କ ଦୁଇଟି କବିତା ସଂକଳନ ‘ସଜ ତୁଳସୀ’ ଓ’ ଅସଜଡା ପାଖୁଡା’ । ଏହି ଦୁଇଟି କବିତା ସଙ୍କଳନରେ କବିସତ୍ତାର ମୌଳିକତା ଅତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି।
ସେହିପରି ଅଧ୍ୟାପିକା ଇପ୍ସିତା ଷଡଙ୍ଗୀଙ୍କ ଦ୍ବାରା ଓଡିଆରେ ଅନୁବାଦିତ ତଥା ଅନନ୍ତିନୀ ଝୁମ୍ପା ମିଶ୍ରଙ୍କ ମୂଳ ଇଂରାଜୀ ରଚନା ‘ମ୍ୟାନ ହଟ୍ଟନରୁ ମୁନ୍ନାର’ ଉପନ୍ୟାସକୁ ମଧ୍ୟ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅନନ୍ତିନୀ ଝୁମ୍ପା ମିଶ୍ର ଜଣେ ପ୍ରତିଭା ସମ୍ପନ୍ନ ଶିଶୁ ଲେଖିକା । ଅଳ୍ପ ବୟସରେ ଅନେକ ଉଚ୍ଚକୋଟୀର ସାହିତ୍ୟ ସୃଷ୍ଟି କରି ସେ ବେଶ ପ୍ରଶଂସିତ ହୋଇଛନ୍ତି । ଏହି ଅବସରରେ କବି ଦୁର୍ଗାପ୍ରସାଦ ମହାପାତ୍ର ଓ ଅନନ୍ତିନୀ ଝୁମ୍ପା ମିଶ୍ରଙ୍କୁ ଅଭିନନ୍ଦନ ଜଣାଇଥିଲେ ମୁଖ୍ୟମନ୍ତ୍ରୀ ।
Comments are closed.