Latest Odisha News

BREAKING NEWS

ରାଜ୍ୟରେ ୩୦୦୦ରୁ ଅଧିକ ମୋ ସେବା କେନ୍ଦ୍ର ଓ ଓଡ଼ିଶା ଓ୍ବାନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ବର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଅବସରରେ ୩୦୦୦ରୁ ଅଧିକ ମୋ’ ସେବା କେନ୍ଦ୍ର ଏବଂ ଓଡ଼ିଶା ୱାନ୍ ପୋର୍ଟାଲ୍ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

BjdElectrycity

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୂଳମନ୍ତ୍ର । ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ’ ସେବା କେନ୍ଦ୍ର ଖୋଲାଯିବ । ଏହାଦ୍ବାରା ୮ ହଜାର ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପ୍ୟୁଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡ଼ିଶା ଓ୍ୱାନ୍ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ସଚିବ ମନୋଜ ମିଶ୍ର କାର୍ଯ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.