Latest Odisha News

ରାଜ୍ୟରେ ତିଆରି ହେବ ୫୫ଟି ନୂଆ ବସ୍‌ଷ୍ଟାଣ୍ଡ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଆଉ ଏକ ବଡ଼ ନିଷ୍ପତ୍ତି । ରାଜ୍ୟରେ ତିଆରି ହେବ ୫୫ଟି ନୂଆ ବସ୍‌ଷ୍ଟାଣ୍ଡ । ଯାତ୍ରୀଙ୍କ ଗମନାଗମନକୁ ସୁବିଧା କରିବା ପାଇଁ ୨୨ ଜିଲ୍ଲାରେ ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

BjdElectrycity

୨୨ ଜିଲ୍ଲାରେ ହେବାକୁ ଥିବା ନୂଆ ବସ୍‌ଷ୍ଟାଣ୍ଡ ଜିଲ୍ଲା ମୁଖ୍ୟାଳୟ ସମେତ ଆର୍ଥିକ କାରବାର ତଥା ପର୍ଯ୍ୟଟନ କ୍ଷେତ୍ର ପାଇଁ ବେଶ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଗ୍ରାମାଞ୍ଚଳକୁ ସଂଯୋଗ ତଥା ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ଏହା ଯୋଗଯୋଗ କ୍ଷେତ୍ରରେ ବେଶ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସଡକ ପରିବହନ ବିଭାଗ ପକ୍ଷରୁ ସମଗ୍ର ଓଡିଶାକୁ ସଂଯୋଗ କରିବା ପାଇଁ ପ୍ରୟାସ ଜାରି ରହିଛି । ରାଜ୍ୟର ବିଭିନ୍ନ କୋଣ ଅନୁକୋଣକୁ ବସ୍ ଯୋଗାଇ ଦେଇଥିବାରୁ ଓଏସଆରଟିସିକୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବସ ଷ୍ଟାଣ୍ଡ ହେବା ଦ୍ବାରା ବିଭିନ୍ନ ଜିଲ୍ଲାର ଅର୍ଥନୈତିକ, ଶିକ୍ଷା ଓ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ହୋଇପାରିବ ବୋଲି ୁଦବୋଧନ ଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.