Latest Odisha News

BREAKING NEWS

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ ୨୦୨୫; ଓଡ଼ିଶା ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ

୪ ଜଣ ଖେଳାଳୀଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ଶ୍ରୀଲଙ୍କାର କଲମ୍ବୋରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି ଭାରତୀୟ ମହିଳା।

ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ ପ୍ରତିନିଧିତ୍ବ କରିଥିଲେ। ସେମାନେ ହେଲେ ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା।

ସେମାନେ ଓଡିଶା ଫେରିବା ପରେ ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ସମ୍ବର୍ଦ୍ଧିତ କରିଥିଲେ । ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ।

ଏହି ଅବସରରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କ୍ରୀଡା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, ନିର୍ଦ୍ଦେଶକ ଡକ୍ଟର ୟେଦୁଲା ବିଜୟ, ଦଳର କୋଚ ଦେବାଶିଷ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

 

Leave A Reply

Your email address will not be published.