Latest Odisha News

BREAKING NEWS

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଲୋକଙ୍କ ପ୍ରତି ସମବେଦନା ଜଣାଇବା ଉଦ୍ଦେଶ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ଦୀପାବଳି ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏନେଇ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି। ଏଥିରେ ଉଲ୍ଲେଖ ରହିଛି ଯେ ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ, ବିଶେଷକରି ଦକ୍ଷିଣ ଓଡ଼ିଶାରେ ଉପୁଜିଥିବା ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନିବାସରେ ଦୀପାବଳୀ ଉତ୍ସବ ପାଳିତ ହେବ ନାହିଁ।

ଏହି ପରିପ୍ରେକ୍ଷୀରେ, ଦୀପାବଳୀ ଅବସରରେ ମୁଖ୍ୟମନ୍ତ୍ରୀ ନିବାସକୁ କୌଣସି ପ୍ରକାର ଉପହାର କିମ୍ବା ଫୁଲତୋଡ଼ା ନେଇ ନ ଆସିବା ପାଇଁ ସମସ୍ତ ଶୁଭେଚ୍ଛୁ ତଥା ନାଗରିକମାନଙ୍କୁ ଅନୁରୋଧ କରାଯାଇଛି।

ଅପରପକ୍ଷରେ ପ୍ରଭାବିତ ଅଞ୍ଚଳର ଜନସାଧାରଣଙ୍କ ପ୍ରତି ସମ୍ବେଦନଶୀଳ ରହି ବିପର୍ଯ୍ୟୟ ପ୍ରଭାବିତଙ୍କ ସହାୟତାରେ ସହଯୋଗର ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି।

Leave A Reply

Your email address will not be published.