Latest Odisha News

କୋଭିଡ ନିୟମ ନମାନିଲେ ଲକଡାଉନ ଲଗାଇବାକୁ ବାଧ୍ୟ ହେବୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ଭଲ ରହିଛି କୋଭିଡ ସ୍ଥିତି । ସଂକ୍ରମଣ କମିଛି, ହେଲେ ଏବେ ବି ଟଳିନି ବିପଦ । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି ମୁଖ୍ରମନ୍ତ୍ରୀ ନବୀନ ପଟ୍ଟନାୟକ । ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି । ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ ଢିଲା କଲେ ଗୁରୁତର ହୋଇପାରେ ସ୍ଥିତି । ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ବହୁତ ଭିଡ ହେଉଛି । ଯଦି କୋଭିଡ ନିୟମର ଖିଲାପ କରାଯାଏ ତେବେ ରାଜ୍ୟ ସରକାର ଲକଡାଉନ ଲଗାଇବାକୁ ବାଧ୍ୟ ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ । ଦେଶର ଅନ୍ୟ ରାଜ୍ୟ ମାନଙ୍କରେ କୋଭିଡ ମାମଲା ବଢୁଛି । ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି । ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି । କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ । ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ବାହା ହିଁ ଆମେ ତୃତୀୟ ଲହରର ସମ୍ଭାବନାକୁ ଏଡାଇ ପାରିବା ପୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଥିଲେ ଯେ, ଦ୍ବିତୀୟ ଲହରରେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ । ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି । ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ । ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ।

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।

Leave A Reply

Your email address will not be published.