ପାରଳାଖେମୁଣ୍ଡି: ଗ୍ରାଉଣ୍ଡ ଜିରୋରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଟିମ୍ । ମୁଖ୍ୟମନ୍ତ୍ରୀ ରବିବାର ଦିନିକିଆ ଗଜପତି ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଛନ୍ତି। ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉପଲଡ଼ା ଓ ଗୁରାଣ୍ଡି ଗ୍ରାମ ଚାଷୀଙ୍କୁ ଭେଟି ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଫସଲ ସଂପର୍କରେ ଆଲୋଚନା କରିବା ସହ କ୍ଷୟକ୍ଷତି ମଧ୍ୟ ଆକଳନ କରିଛନ୍ତି। ଏଥିସହିତ ଫସଲ ବୀମା ଯୋଜନାରେ ପଞ୍ଜୀକରଣ କରିବା ପାଇଁ ଅନୁରୋଧ କରିଛନ୍ତି।
ଗସ୍ତ ସମୟରେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୁପେଶ କୁମାର ପାଣିଗ୍ରାହୀ, ମୋହନା ବିଧାୟକ ଦାଶରଥି ଗମାଙ୍ଗ ଉପସ୍ଥିତ ରହି ଜିଲ୍ଲାର ଚାଷୀମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ, ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଜ୍ୟୋତିନ୍ଦ୍ର କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଏବଂ ଡ଼.ଗୁଣନିଧି ନାୟକ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଗଜପତି ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।
Comments are closed.