Latest Odisha News

ଅନୁଗୋଳରେ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଲୋକସେବା ଭବନ ଠାରେ ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ । ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି । ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ ।

ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ ।

Comments are closed.