Diwali Wish:ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ; ପ୍ରଦୂଷଣମୁକ୍ତ ସବୁଜ ଦୀପାବଳି ପାଳନ କରିବାକୁ କହିଲେ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏକ ସୁରକ୍ଷିତ ଏବଂ ସବୁଜ ଦୀପାବଳି ପାଳନ ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ ବୋଲି କହିଛନ୍ତି।
ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜ୍ଞାନର ଆଲୋକ ମଣିଷକୁ ଅଜ୍ଞାନର ଅନ୍ଧକାର ଭିତରୁ ଉଦ୍ଧାର କରିଥାଏ। ନୂଆ ଆଶା, ନୂଆ ସ୍ବପ୍ନ ଓ ନୂଆ ଲକ୍ଷ୍ୟ ସହିତ ସୁନ୍ଦର ଓ ସମୃଦ୍ଧ ଭବିଷ୍ୟତକୁ ସ୍ବାଗତ କରିବା ପାଇଁ ଦୀପାବଳି ଉତ୍ସବ ଆମକୁ ପ୍ରେରଣା ଦେଇଥାଏ। ଅସତ୍ୟ ଓ ଅନ୍ୟାୟର ଅନ୍ଧାରକୁ ଭେଦି ସତ୍ୟ ଓ ନ୍ୟାୟର ଆଲୁଅ ଜୀବନରେ ପରିପ୍ରକାଶ କରିଥାଏ। ଏହା ଆଶା, ବିଶ୍ବାସ ଓ ଦୃଢ଼ ପ୍ରତିବଦ୍ଧତାର ଆଲୋକିତ ଅନୁଭବର ଗଣ ପର୍ବ। ପ୍ରକୃତି ଓ ପରିବେଶକୁ ସମ୍ମାନ ଜଣାଇ ଚଳିତ ବର୍ଷ ଏକ ପ୍ରଦୂଷଣମୁକ୍ତ ସବୁଜ ଦୀପାବଳି ପାଳନ କରିବା। ଅହଂକାର ଓ ଦାନବୀୟ ପ୍ରକୃତିର ଅମାଅନ୍ଧକାର ଭିତରୁ ଦୟା, କ୍ଷମା, ପ୍ରେମ ଓ ମାନବିକତାକୁ ଆଲୁଅ ଦେଖାଇବା।
Comments are closed.