Latest Odisha News

BREAKING NEWS

ନିର୍ମାଣ ଶ୍ରମିକଙ୍କୁ ନେଇ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିର୍ମାଣ ଶ୍ରମିକଙ୍କୁ ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ, ପୂର୍ବରୁ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଉଥିଲେ ୪ ଲକ୍ଷ ଟଙ୍କା ସହାୟତା ରାଶି ଭାବେ ଦିଆଯାଉଥିଲା । ହେଲେ ଏହାକୁ ଏବେ ବଢାଇ ୬ ଲକ୍ଷ ଟଙ୍କା କରିଛନ୍ତି ମୋହନ ସରକାର ।

ସେହିପରି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଲୋକସଭା ଭବନରେ ଆୟୋଜିତ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି ।

Comments are closed.