Latest Odisha News

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଳୁ ସମସ୍ୟାର ସମାଧାନ ନେଇ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ନେଇ ଆଲୋଚନା କରିଛନ୍ତି।

ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ତେବେ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହେଉଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.