Latest Odisha News

BREAKING NEWS

ଏପ୍ରିଲ ୭ରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଏପ୍ରିଲ ୭ ତାରିଖରୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୮ରେ ଦିଲ୍ଲୀ ନିବେଶକ ସମ୍ମିଳନୀରେ ଯୋଗଦେବେ । ବଡ଼ ବଡ଼ ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

ନାଫ୍ଟା କ୍ରାକର ପ୍ରକଳ୍ପ ପାଇଁ ଆଇଓସିଏଲ ସହ MoU ସ୍ବାକ୍ଷର ହେବାର କାର୍ଯ୍ୟକ୍ରମ ରହିଛି । ଗସ୍ତ ସମୟରେ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ଏହାପରେ ଏପ୍ରିଲ ୯ ତାରିଖରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍‌ ।

 

 

Comments are closed.