Latest Odisha News

ଗଣପର୍ବ ନୂଆଁଖାଇ; ସମଲେଇଙ୍କ ଦର୍ଶନ କଲେ ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହି ଅବସରରେ ସମ୍ବଲପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇର ପବିତ୍ର ଅବସରରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ଦର୍ଶନ କରିବା ସହ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି। । ଏହା ପରେ ନବାନ୍ନ ଖାଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ସହିତ ତାଙ୍କ ଧର୍ମପତ୍ନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ । ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ବସି ନୂଆଁ ଖାଇଥିଲେ ।

ଆଜି ଅପରାହ୍ନ ସାଢେ ୪ଟାରେ ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Comments are closed.