କରୋନା ଯୁଦ୍ଧରେ ବିଜୟ ପାଇଁ ରାଜ୍ୟ ସରକାର ଅଂଟା ଭିଡିଛନ୍ତି । ତୃଣମୂଳସ୍ତରକୁ ଏହା ବ୍ୟାପିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଏକ ବଡ଼ ନିଷ୍ପତି ନେଇଛନ୍ତି । ବାହାର ରାଜ୍ୟରେ ଫସି ରହିଥିବା ଓଡ଼ିଶାର ଲକ୍ଷାଧିକ ଶ୍ରମିକ ଓ ଲୋକଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ସରକାର ଉଦ୍ୟମ ଚଳାଇଛନ୍ତି । କରୋନା ସହ ଲଢିବା ପାଇଁ ଏଣିକି ପ୍ରତି ପଂଚାୟତରେ ପଂଜୀକରଣ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଅନ୍ୟରାଜ୍ୟରୁ ଫେରୁଥିବା ଲୋକମାନେ ପଂଜୀକରଣ କରିବା ବାଧ୍ୟତାମୂଳକ । ଲୋକମାନଙ୍କ ବନ୍ଧୁବାନ୍ଧବ ଓ ସମ୍ପର୍କୀୟ ମଧ୍ୟ ପଂଜୀକରଣ କରିପାରିବେ । ବାହାର ରାଜ୍ୟରୁ ଫେରୁଥିବା ଲୋକମାନଙ୍କୁ ପଂଚାୟତରେ ୧୪ ଦିନ ପାଇଁ କ୍ୱାରେଂଟିନରେ ରଖାଯିବ । ଏହି ସମୟରେ ସେମାନଙ୍କ ଖାଇବା, ରହିବା ଓ ଚିକିତ୍ସା ବ୍ୟବସ୍ଥା ସରକାର କରିବେ । ୧୪ ଦିନ ପରେ ସେମାନଙ୍କୁ ୨ ହଜାର ଟଙ୍କା ସହାୟତା ଦିଆଯିବ ।
ତେବେ ଏନେଇ ରାଜ୍ୟର ସମସ୍ତ ପଞ୍ଚାୟତର ସରପଞ୍ଚ ମାନଙ୍କୁ ଜିଲ୍ଲାପାଳଙ୍କ ଭଳି କ୍ଷମତା ପ୍ରଦାନ କରାଯାଇଛି । ତେବେ କୋଭିଡ୍-୧୯ ମୁକାବିଲା ନିୟମାନୁସାରେ ରାଜ୍ୟ ବାହାରୁ ଆସୁଥିବା ଲୋକମାନଙ୍କୁ ଉଚିତ ସେବା ଯୋଗାଇ ଦେଇପାରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ ବୋଲି ନବୀନ କହିଛନ୍ତି ।
BREAKING NEWS
- ‘ରୋମିଓ-ଜୁଲିଏଟ୍ କ୍ଲଜ୍’ କଣ; ଯାହା ଉପରେ ବିଚାର କରିବାକୁ କେନ୍ଦ୍ରକୁ ସୁପ୍ରିକୋର୍ଟଙ୍କ ପରାମର୍ଶ
- ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ
- ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
- କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ
Comments are closed.