Latest Odisha News

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ଗୁରୁବାର ଦିନ ଦେହାନ୍ତ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

ଆହୁରି ମଧ୍ୟ ସ୍ୱର୍ଗତ ଆତ୍ମାର ସଦଗତି କାମନା କରିବା ସହ ଦେଶ ଜଣେ ମହାନ ଜନସେବକ, ଦେଶଭକ୍ତ ଓ ସଚ୍ଚା ଗାନ୍ଧୀବାଦୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ମୃତ୍ୟୁ ବେଳକୁ ସ୍ୱର୍ଗତ ମହମ୍ମଦ ବାଜୀଙ୍କୁ ୧୦୩ ବର୍ଷ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ନବରଙ୍ଗପୁର ଠାରେ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପୂର୍ଣ୍ଣ କରାଯିବ ବୋଲି ସୂଚନା ମିଳିଛି ।

Comments are closed.