ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ତଥା ଦୈନିକ ‘ସମ୍ବାଦ’ ଖବରକାଗଜର ସଂପାଦକୀୟ ପୃଷ୍ଠାର ସମ୍ପାଦକ ରଣଜିତ ଗୁରୁଙ୍କ ଦେହାନ୍ତରେ ଓଡିଶା ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି ।
ବିଶିଷ୍ଟ ସାମ୍ବାଦିକ ତଥା ସ୍ତମ୍ଭକାର ରଣଜିତ ଗୁରୁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଖବରକାଗଜରେ ନିଜ ସ୍ତମ୍ଭ 'ଅପ୍ରସଙ୍ଗ' ମାଧ୍ୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) August 18, 2019
ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
ସୂଚନାଯୋଗ୍ୟ, ସେ ସଂକ୍ରମଣ ଜନିତ ଅସୁସ୍ଥତା ଯୋଗୁଁ ଗତ ଅଗଷ୍ଟ ୧ ତାରିଖରେ ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିଲେ । ପରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ମି. ସମୟରେ ତାଙ୍କର ଦେହାନ୍ତ ହୋଇଥିଲା । ୨୦୦୫ ମସିହାରେ ତାଙ୍କର କିଡନୀ ପ୍ରତିରୋପଣ କରାଯାଇଥିଲା ।
Comments are closed.