Latest Odisha News

ଭୁବନେଶ୍ୱରରେ ଇ-ବସ୍ ଓ ଇ-ରିକ୍ସା ଚଳାଚଳ ଆରମ୍ଭ

ଭୁବନେଶ୍ୱର: ରାଜଧାନୀରେ ଗଡ଼ିବ ପ୍ରଦୂଷଣମୁକ୍ତ ବସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ଏୟାରପୋର୍ଟ ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ୱାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି।

ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି।

ଲିଙ୍ଗଗତ ସମାନତା ଉପରେ ଗୁରୁତ୍ୱ ଦିଆଯାଇ ପ୍ରତ୍ୟେକ CRUT ପକ୍ଷରୁ ଗାଇଡ ଭାବରେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତ କରାଯାଇଛି। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ୱ ଦିଆଯାଇଛି ।

ପ୍ରତ୍ୟେକ ବସରେ ୩୦ ଟି ସିଟ୍ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ସିଟ୍ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି। ସୂଚନାଯୋଗ୍ୟ, CRUT ପକ୍ଷରୁ ବର୍ତ୍ତମାନ ୨୫୫ ଟି ଡିଜେଲ ବସ ଚଳାଚଳ କରୁଛି।

Leave A Reply

Your email address will not be published.