Latest Odisha News

ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ଆଜି ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେ ଟ୍ୱିଇଟ୍ କରି ଲେଖିଛନ୍ତି, ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବ ଅଲ୍ଲିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ବେଶ୍ ଦୁଃଖିତ । ଏଥିସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Leave A Reply

Your email address will not be published.