Latest Odisha News

ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ:ପାଣ୍ଡିଆନ୍

ନୟାଗଡ଼:ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିଛନ୍ତି । ନୟାଗଡ଼ରେ ଆୟୋଜିତ ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ବି.ଏସ୍‍.କେ.ୱାଇ, ମିଶନଶଶକ୍ତି, ୫ଟି ସ୍କୁଲ ରୂପାନ୍ତରଣ ଇତ୍ୟାଦି ଜନକଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ଲୋକଙ୍କୁ ପଚାରିଛନ୍ତି ନବୀନ।  ଜୁଲାଇରୁ ବିଜୁ ଜନତା ଦଳ ମାଗଣା ବିଜୁଳି ଦେବେ, ଆପଣମାନେ ଖୁସି ତ ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ ନୟାଗଡ଼ର ଆୟୋଜିତ ସଭାରେ । ପୁରୀ ଶ୍ରୀମନ୍ଦିର ପ୍ରକଳ୍ପ କାମ ଓ ମା ସମଲେଇଙ୍କ ପ୍ରକଳ୍ପ କାମ ଭଲ ହୋଇଛି ତ ପଚାରିଲେ ନବୀନ । ସେ କହିଛନ୍ତି, ବିରୋଧି ନେତା ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।

ସେହିପରି ନୟାଗଡ଼ ସଭାରେ ବରିଷ୍ଠ ବିଜେଡି ନେତା ଭି.କେ. ପାଣ୍ଡିଆନ୍ କହିଛନ୍ତି, ନୟାଗଡ଼  ପାଇଁ ବିପୁଳ ପୁଞ୍ଜିନିବେଶ ଯୋଜନା ରଖିଛନ୍ତି ମୁଖ୍ୟମନ୍ତୀ । ନୟାଗଡ଼ରେ ରେଳଲାଇନ ହୋଇଗଲା ବର୍ତ୍ତମାନ ଶିଳ୍ପସମୃଦ୍ଧ ହେବ । ମୁଖ୍ୟମନ୍ତ୍ରୀ ୨୦୨୪ ନିର୍ବାଚନୀ ଇସ୍ତାହାରରେ ମଧ୍ୟବିତ୍ତ ବର୍ଗଙ୍କ ଉନ୍ନତି ପାଇଁ ବହୁତ କିଛି ଯୋଜନା କରିଛନ୍ତି  ।

ସମସ୍ତ ମଧ୍ୟବିତ୍ତ ବର୍ଗଙ୍କୁ ବି.ଏସ୍‍.କେ.ୱାଇରେ ସାମିଲ କରାଯିବ ।୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ହାଉସିଙ୍ଗ ଲୋନ ପାଇଁ ସୁଧହାର କମ୍‍ ରହିବ । ଶିକ୍ଷାଋଣରେ ମଧ୍ୟ ସୁଧହାର କମ୍‍ ରହିବ । ନୂଆ-ଓ ସ୍କଲାରସିପ୍‍ ଜରିଆରେ କଲେଜ ପୁଅମାନଙ୍କ ପାଇଁ ୧୨ ହଜାର ଓ ଝିଅମାନଙ୍କ ପାଇଁ ୧୪ ହଜାର ଟଙ୍କାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ପାଣ୍ଡିଆନ୍  । ଆଜି ପର୍ଯ୍ୟନ୍ତ ଏଭଳି ଉନ୍ନତି କୌଣସି ରାଜନୈତିକ ଦଳ କରିନାହାନ୍ତି ବୋଲି କହିଛନ୍ତି ପାଣ୍ଡିଆନ୍ ।ଏହା କେବଳ ବିଜୁ ଜନତା ଦଳ ଓ ନବୀନ ପଟ୍ଟନାୟକ କରିଛନ୍ତି ।

ନୟାଗଡ଼ର କଣ୍ଟିଲୋ ନୀଳମାଧବ ମନ୍ଦିର ରୂପାନ୍ତରଣ । ଜଳସେଚନ ପାଇଁ କୁସୁମୀ ଓ ବୃତଙ୍ଗ ଜଳସେଚନ ପ୍ରକଳ୍ପ କରିଛନ୍ତି  ଆମ ପ୍ରିୟ ମୁଖ୍ୟମନ୍ତ୍ରୀ । ଆସନ୍ତା ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ପୁଣିଥରେ ଶପଥ ନେବେ ବୋଲି ସାରା ଓଡ଼ିଶା କହୁଛି  ।ମୁଖ୍ୟମନ୍ତ୍ରୀ ହେବା ପରେ ନବୀନ ପଟ୍ଟନାୟକ ଜନସାଧାରଣ ମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୁରଣ କରିବେ । ୫ ବର୍ଷରେ ଥରେ ସୁଯୋଗ ଆସିଛି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ପାଇଁ । ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ନିବେଦନ କରିଛନ୍ତି ପାଣ୍ଡିଆନ୍ ।

ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ । ବିରୋଧି ଦଳ କେବେହେଲେ ଓଡିଶାର ବିକାଶ ଚାହାଁନ୍ତି ନାହିଁ କିଛି ଏହିଭଳି କହି ବିରୋଧି ଦଳକୁ  ନୟାଗଡ ଜନସଭାରେ ଟାର୍ଗେଟ କରିଛନ୍ତି ପାଣ୍ଡିଆନ୍ ।

Leave A Reply

Your email address will not be published.