Latest Odisha News

BREAKING NEWS

ଆଦିମ ଜନଜାତି ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

ଭୁବନେଶ୍ବର : ଆଦିମ ଜନଜାତିଙ୍କ ପାଇଁ ରାଜ୍ୟ ସରକାରଙ୍କ କୋଭିଡ ସହାୟତା । ରାଜ୍ୟର ୬୪ ହଜାର ୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ ପ୍ରଦାନ କରାଯାଇଛି ୫୦୦୦ ଟଙ୍କା ଲେଖାଏଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାରଙ୍କୁ ଆର୍ଥିକ ସୁରକ୍ଷା ଦେବା ପାଇଁ ଏହି ସହାୟତା ପ୍ରଦାନ କରାଯାଇଛି । ଏହି ଅର୍ଥ ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି ବୋଲି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୁଁ ଜାଣେ କାରୋନା ଯୋଗୁଁ ଗରିବ ଲୋକଙ୍କ ରୋଜଗାର ଉପରେ ବହୁତ ପ୍ରଭାବ ପଡିଛି । ଆପଣମାନଙ୍କ ରୋଜଗାର ଉପରେ ମଧ୍ୟ ବହୁତ ପ୍ରଭାବ ପଡିଛି । ଏ ବିପଦ ସମୟରେ ଆପଣମାନେ ଏକା ନୁହନ୍ତି । ଆପଣଙ୍କ ସାଥିରେ ସରକାର ଅଛନ୍ତି । ଆପଣଙ୍କ କଲ୍ୟାଣ ପାଇଁ ସରକାର କାମ କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ସମୁଦାୟ ୧୬୭୯ଟି PVTG ଗାଁ ରହିଛି । କୋଭିଡ ସମୟରେ ରାଜ୍ୟ ସରକାର ମାସ୍କ, ସାନିଟାଇଜର ଓ ସାବୁନ ବଣ୍ଟନ ସହିତ ସଙ୍ଗରୋଧ କେନ୍ଦ୍ର ଏବଂ ଟିକାକରଣକୁ ପ୍ରାଥମିକତା ଦେଇ କୋଭିଡ ପରିଚାଳନା କରୁଛନ୍ତି । PVTG ଜନଜାତିଙ୍କ ମଧ୍ୟରୁ ୩୧୪ ଜଣ କୋଭିଡ଼ ପୀଡ଼ିତ ହୋଇଥିଲେ ମଧ୍ୟ ଗୋଟିଏ ବି ଜୀବନ ହାନି ହୋଇନାହିଁ । PVTG ଗାଁ ମାନଙ୍କରେ ୧୮ଟି ଆମ୍ବୁଲାନ୍ସ ସହିତ କୋଭିଡ ପରିଚାଳନାକୁ ତ୍ବରାନ୍ବିତ କରାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଛନ୍ତି ଯେ, ମୁଁ ବହୁତ ଖୁସି ଯେ ଆଜି ଆପଣଙ୍କ ବ୍ୟାଙ୍କ ଖାତାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ୫୦୦୦ ଟଙ୍କା ଜମା କରାଗଲା । ରାଜ୍ୟର ସବୁ PVTG ଜନଜାତି ଗାଁର ସବୁ ପରିବାର ଏହି ସହାୟତା ପାଇବେ । PVTG ଜନଜାତି ଭାଇ ଭଉଣୀଙ୍କ ମଧ୍ୟରୁ ୩୦୦ରୁ ଅଧିକ ଲୋକ କାରୋନାରେ ପୀଡିତ ଥିଲେ । ସେତେବେଳେ ସେମାନଙ୍କୁ ୨୫୦୦ ଟଙ୍କାର ରାସନ କିଟ୍ ଦିଆଯାଇଥିଲା । ତା ସହିତ ମଜୁରୀ କ୍ଷତି ଭରଣା ପାଇଁ ୧୪୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା ।

କୋଭିଡ ଭଳି ମହାମାରୀ ସମୟରେ ସମସ୍ତେ ସଚେତନ ରହିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ । ମାସ୍କ ପିନ୍ଧିବା ସହ ବାରମ୍ବାର ସାବୁନରେ ହାତ ଧୋଇବା ଓ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖମନ୍ତ୍ରୀ । ତା ସହିତ ସମସ୍ତଙ୍କ ପାଇଁ ଦୁଇ ଡୋଜ ଟିକା ଖୁବ ଜରୁରୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି SC& ST ଛାତ୍ର ଛାତ୍ରୀଙ୍କ ବୃତ୍ତି ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କରୋନା ଯୋଗୁଁ ପିଲାମାନେ ଗତ ଏକ ବର୍ଷରୁ ଅଧିକ ସମୟ ହେଲା ହଷ୍ଟେଲ ଛାଡି ଘରେ ଅଛନ୍ତି । ତେଣୁ ସେମାନେ ଘରେ ମଧ୍ୟ ନିଜ ପାଠ ପ୍ରତି ଧ୍ୟାନ ଦେବା ଦରକାର ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

ଆଜି ୬୦ ହଜାର SC & ST ଛାତ୍ର ଛାତ୍ରୀଙ୍କୁ ଏପ୍ରିଲ, ମେ ଓ ଜୁନ ତିନି ମାସ ପାଇଁ ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ଦିଆଯାଇଛି । ଏହା ପିଲାଙ୍କ ବାପା ମା’ଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଛି । ସେହିପରି ଝିଅ ମାନଙ୍କ ପାଇଁ ୨୪୦୦ ଟଙ୍କା ଓ ପୁଅ ମାନଙ୍କ ପାଇଁ ୨୨୫୦ ଟଙ୍କା ଦିଆଯାଇଛି । ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ର ଛାତ୍ରୀ ଏହି ସୁବିଧା ପାଇବେ । ଗତବର୍ଷ ମଧ୍ୟ କୋଭିଡ ଯୋଗୁଁ ଆଗୁଆ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.