Latest Odisha News

BREAKING NEWS

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି  ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ, ବାଙ୍ଗିରିପୋଷି ଦ୍ବାରଶୁଣି ଘାଟିରୁ ଓହ୍ଲାଇଲା ବେଳେ ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟର ଯାତ୍ରାପାର୍ଟି ଟ୍ରକଟି ଓଲଟିପଡିଥିଲା । ଟ୍ରକ୍ ରେ ଲାଇଟ ଡେକୋରେସନ ସରଞ୍ଜାମ ସହ କିଛି ଶ୍ରମିକ ମାନେ ଥିଲେ । ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.