Latest Odisha News

BREAKING NEWS

ଟାଙ୍ଗର ମୁଣ୍ଡା ଦୁର୍ଘଟଣା: ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଭୋଜି ସାରି ଫେରିବା ବେଳେ ଏକ ଅଟୋ ସହ ହାଇୱା ଧକ୍କା ହେବା  ଅଟୋ ଓ ହାଇୱା ଦୁଇଟି ଯାକ ଗାଡ଼ି ପ୍ରାୟ ୧୫ ଫୁଟ ତଳକୁ ଧାନ ବିଲରେ ଖସି ପଡିଥିଲା। ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ଜଣାପଡିଛି ।

ସେପଟେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୫ ଜଣ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ  କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା  ଘୋଷଣା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ  ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

 

 

Leave A Reply

Your email address will not be published.