Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଝାରସୁଗୁଡ଼ାର ହୀରାକୁଦ ବିସ୍ଥାପିତଙ୍କୁ ଦିଆଯିବ ଘରଡିହ

ଝାରସୁଗୁଡ଼ା: ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ । ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାର ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବେ ସରକାର । ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୦୦ ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହାଦ୍ୱାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।

ଆଜି ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ୧ ଲକ୍ଷ ୧୫ ହଜାର ଲୋକ ଉପକୃତ ହେବେ । ଏଥିସହ ବିଭିନ୍ନ ପାଖାପାଖି ୩୦୦ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.