Latest Odisha News

ଖୋର୍ଦ୍ଧା ଆଉଟ ପୋଷ୍ଟ ହେଲା ପୋଲିସ ଷ୍ଟେସନ; କେନ୍ଦୁଝର-ବଡବିଲରେ ୨ ଟ୍ରାଫିକ ପୋଲିସ ଷ୍ଟେସନକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା “ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ ପୋଲିସ ଷ୍ଟେସନ” । ଏହି ଷ୍ଟେସନ ପାଇଁ ସୃଷ୍ଟି ହେଲା ୨୩ଟି ଅତିରିକ୍ତ ପଦବୀ । ସେହିପରି କେନ୍ଦୁଝର ଓ ବଡବିଲରେ  ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ହେବା ସହ ୨୪ଟି ଅତିରିକ୍ତ ପଦବୀ ସୃଷ୍ଟି ହେବ  । ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି ଏମିତି ଘୋଷଣା  ।

BjdElectrycity

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି । ଏଥିସହିତ  ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ତାହାକୁ ଦୃଷ୍ଟିରେ ରଖି ଏହା କରାଯାଇଛି । ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।

ଅନ୍ୟପକ୍ଷେ ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି  । ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି । ଏ ସଂପର୍କୀୟ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି ।ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।

Leave A Reply

Your email address will not be published.