Latest Odisha News

ବରଗଡ଼ ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବରଗଡ଼ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ବରଗଡ଼ ଜିଲ୍ଲାର ଝାରବନ୍ଧ ଓ ପାଇକମାଳ ବ୍ଳକ୍‌ର ଜନସାଧାରଣ ଉପକୃତ ହେବେ।

ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ। ଏହା ଦ୍ୱାରା ଉପକାର ପାଇବେ ଝାରବନ୍ଧ, ପାଇକମାଳ ବ୍ଲକ୍‌ର ଜନସାଧାରଣ। ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ।

Comments are closed.