Latest Odisha News

୮୧ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର : ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡ଼ିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି । ଓଡ଼ିଶା ରାଜ୍ୟ ପବ୍ଲିକ୍‌ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ ନିମନ୍ତେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।

BjdElectrycity

ରାଜ୍ୟରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ନୂଆ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୮୧ଟି ପଦବୀରୁ ଅନୁସୂଚିତ ଜାତି ପାଇଁ ୪୭ଟି ଓ ଅନୁସୂଚିତ ଜନଜାତି ପାଇଁ ୩୪ଟି ପଦବୀ ସଂରକ୍ଷିତ ରହିଛି । ଓପିଏସ୍‌ସି ଦ୍ବାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ ।

ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ । ଏଥିପାଇଁ ସଂପୃକ୍ତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ ।

Leave A Reply

Your email address will not be published.