Latest Odisha News

ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଆଉ ନାହାନ୍ତି ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର । କରୋନାରେ ଆଜି ରଘୁନାଥ ମହାପାତ୍ରଙ୍କର ବିୟୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଏମସରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଅତୁଳନୀୟ । ଯେଉଁଥିପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ । ତାଙ୍କର ଅମର ଆତ୍ମାର ସଦଗତି କାମନା ସହ ଶୋକ ସନ୍ତପ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ଅକାଳ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍କେୟପାଳ ପ୍ନ୍ଦ୍ରରଫେସର ଗଣେଶୀ ଲାଲ । ତାଙ୍ମକ ଅକା ବିୟୋଗ ଖବର ତାଙ୍କୁ ଗଭୀର ମର୍ମାହତ କରିଛି ବୋଲି କହିଛନ୍ତି ରାଜ୍ୟପାଳ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.