Latest Odisha News

BREAKING NEWS

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ସ୍ୱର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ ।

ଗଞ୍ଜାମ ଜିଲ୍ଲା ତଥା ଓଡିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା । ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଆଜି ୮୧ ବର୍ଷ ବୟସରେ ରାମକୃଷ୍ଣ ପଟ୍ଟନାୟକ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଶୋକର ଛାୟା ଖେଳି ଯାଇଛି । ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ବହୁ ରାଜନେତା ତାଙ୍କର ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ।

Leave A Reply

Your email address will not be published.