Latest Odisha News

BREAKING NEWS

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଶୋର ମହାନ୍ତିଙ୍କ ବିୟୋଗରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି ବୋଲି କହିଛନ୍ତି ଶୋକ ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକଙ୍କ ସମ୍ମାନର ଅଧିକାରୀ ହୋଇ ପାରିଥିଲେ ।

ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡ଼ିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ପଶ୍ଚିମ ଓଡ଼ିଶାରେ ବିଜୁ ଜନତା ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ଦୃଢ଼ ନେତୃତ୍ବ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବର ଅନନ୍ୟ ଦିଗ ଥିଲା । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ହୃଦଘାତରେ ଆକ୍ରାନ୍ତ ହୋଇ ଝାରସୁଗୁଡ଼ାରେ ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଥିଲେ କିଶୋର । ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ବିୟୋଗ ହୋଇଛି । କିଶୋର ମହାନ୍ତିଙ୍କ ବିୟୋଗରେ ବହୁ ବିଶିଷ୍ଟ ବକ୍ତି ତଥା ରାଜନେତା ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.