Latest Odisha News

BREAKING NEWS

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିରୋଧୀ ଦଳ ମୁଖ୍ୟ ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏମସ ଡାକ୍ତରୀ ଦଳଙ୍କ ସହ ଆଲୋଚନା କରି ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଦୀପ୍ତ ନାୟକ ବର୍ତ୍ତମାନ କୋଭିଡ ନେଗେଟିଭ୍ ଚିହ୍ନଟ ହୋଇଥିବା ବେଳେ, ତାଙ୍କୁ ଏବେ ଭେଣ୍ଟିଲେଟରରେ ରଖାଯାଇଛି । ଏଥିସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଡାକ୍ତରୀ ଦଳ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି । ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିବା କହିଛନ୍ତି ଭୁବନେଶ୍ବର ଏମସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି । ତେବେ ମୁଖ୍ୟମନ୍ତ୍ରୀ ପ୍ରଦୀପ୍ତ ନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.