Latest Odisha News

BREAKING NEWS

ସୁନ୍ଦରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ଦେଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଉରକେଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସୁନ୍ଦରଗଡ ଜିଲ୍ଲାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିଲା କାର୍ଯ୍ୟକ୍ରମ ।

ଜିଲ୍ଲାର କିଛି ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ୬୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି, ସୁନ୍ଦରଗଡ଼ର ପିଲାମାନେ ଓଡ଼ିଶା ଓ ଦେଶକୁ ଗର୍ବିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଣି ପାଇଁ ପରିଚିତ ସୁନ୍ଦରଗଡ଼ ଏବେ ଖେଳରେ ବି ବିଶ୍ୱରେ ନାଁ କରୁଛି। ସୁନ୍ଦରଗଡ଼ ହେଉଛି ହକିର ମାଟି। ଅଲିମ୍ପିକ ପଦକ ବିଜେତାଙ୍କ ମାଟି । ମାଲକାନଗିରି ପରେ ଦ୍ୱିତୀୟ ଜିଲ୍ଲା ଭାବେ ସୁନ୍ଦରଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ସେ ବେଶ ଖୁସି ।

ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଉପଲବ୍ଧ ହେଉଛି ।

ଏହି ନୂଆ ବ୍ୟବସ୍ଥାରେ ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ।

Leave A Reply

Your email address will not be published.