Latest Odisha News

BREAKING NEWS

ଗଜପତି ଜିଲ୍ଲାରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ଭେଟିଦେଲେ ୮୨୦ କୋଟିର ପ୍ରକଳ୍ପ

ପାରଳାଖେମୁଣ୍ଡି: ଦିନିକଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଗଜପତି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତି ଜିଲ୍ଲାରେ ୧ଲକ୍ଷ ୩୬ ହଜାର ପରିବାରକୁ BSKY ସ୍ମାର୍ଟକାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାରେ ୯୦ ପ୍ରତିଶତ ଲୋକଙ୍କୁ ମିଳିବ BSKY ସ୍ମାର୍ଟ କାର୍ଡ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କଳା ଓ ସଂସ୍କୃତିର ଭୂମି ଗଜପତି ଜିଲ୍ଲା । ବହୁ ପ୍ରତିଭାଙ୍କ ପାଇଁ ଗଜପତି ମାଟି ଧନ୍ୟ ହୋଇଛି । ଛୋଟ ଜିଲ୍ଲା ହେଲେ ବି ଓଡ଼ିଶା ପ୍ରତି ଅବଦାନ ଅତୁଳନୀୟ । ଗଜପତି ଜିଲ୍ଲା ମୋ ପାଇଁ ସ୍ୱତନ୍ତ୍ର ।
ଗଜପତି ଜିଲ୍ଲାରେ ୩୬ଟି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ରହିଛି ମେଗା ହରଭଙ୍ଗି ପାଇପ୍‌ ପାଣି ପ୍ରକଳ୍ପ । ମହେନ୍ଦ୍ରଗିରିର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ୮୨୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି ।

ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ BSKY ସ୍ମାର୍ଟ କାର୍ଡରେ ଚିକିତ୍ସା ସୁବିଧା ପାଇବେ। ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ  ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ।  ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଉପଲବ୍ଧ ହେବ । ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡ଼ିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ।

Leave A Reply

Your email address will not be published.