ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଉଦାରତା । ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ପଟ୍ଟନାୟକ । ଅଜିତ କରୋନା ସଂକ୍ରମିତ ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏକଥା ଜାଣିବା ପରେ ତାଙ୍କ ଭାଇଙ୍କୁ ଫୋନ୍ କରି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହ ଅଜିତ ମଙ୍ଗରାଜଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିକଟରେ ପିପିଲିରେ ପ୍ରଚାର କରିବା ବେଳେ ହଠାତ୍ ଅସୁସ୍ଥ ହୋଇଥିଲେ ଅଜିତ ମଙ୍ଗରାଜ । ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା ।
BREAKING NEWS
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
- KC Tyagi Quits JDU: ଜେଡିୟୁକୁ ବଡ଼ ଝଟକା, ନୀତିଶ ରାଜ୍ୟସଭା ମୁକୁଟ ପିନ୍ଧିବାର ଦିନକ ପରେ ଦଳ ଛାଡିଲେ କେସି ତ୍ୟାଗୀ
- SCB Medical Fire: ଏସସିବି ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି, ବିଧାନସଭାରେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ
- Pakistan Airstrike: ପାକିସ୍ତାନର ଭୟଙ୍କର ବିମାନ ଆକ୍ରମଣ
- Credit Card Users: କ୍ରେଡିଟ୍ କାର୍ଡ ବ୍ୟବହାରକାରୀଙ୍କୁ ଝଟକା
- ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ, ଓଡ଼ିଶା-ଅଷ୍ଟ୍ରେଲିଆ ମଧ୍ୟରେ ବଢ଼ିବ ସହଯୋଗ
- ଆଇପିଏଲ ନେଇ ବିସିସିଆଇ ଜାରୀ କରିଛି କଡା ନିୟମ
Comments are closed.