ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଉଦାରତା । ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ପଟ୍ଟନାୟକ । ଅଜିତ କରୋନା ସଂକ୍ରମିତ ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏକଥା ଜାଣିବା ପରେ ତାଙ୍କ ଭାଇଙ୍କୁ ଫୋନ୍ କରି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହ ଅଜିତ ମଙ୍ଗରାଜଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିକଟରେ ପିପିଲିରେ ପ୍ରଚାର କରିବା ବେଳେ ହଠାତ୍ ଅସୁସ୍ଥ ହୋଇଥିଲେ ଅଜିତ ମଙ୍ଗରାଜ । ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା ।
BREAKING NEWS
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!
- Kolkata Stampede Odisha Alert: କୋଲକାତା ଦଳାଚକଟା ଦେଖି ଓଡ଼ିଶା ପୋଲିସ ମନରେ ଛନକା! ଆଗୁଆ ଭିଡ଼ିଲେ ଅଣ୍ଟା, ପୂଜା ମଣ୍ଡପରେ କଡ଼ା ସୁରକ୍ଷା…

Comments are closed.