Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷ ମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନିଜ ନିଜ ସହରକୁ ଶ୍ରେଷ୍ଠ କରିବା କ୍ଷେତ୍ରରେ ନେତୃତ୍ୱ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପରାମର୍ଶ ଦେଇଛନ୍ତି। ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଥିବା ବେଳେ ଜାଗା ମିଶନ ବିକାଶମୁଖୀ ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି।

ଟ୍ୟାପରୁ ବିଶୁଦ୍ଧ ପିଇବା, ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତରରେ 5T principleର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T principleକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ  ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ  ଦେଇଥିଲେ । ଏହାବ୍ୟତୀତ ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ  ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସେହିପରି ଜାଗା ମିଶନ, ସୁଜଳ, ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା, ଆହାର ଏବଂ ସ୍ମାର୍ଟ LED ଲାଇଟ ଆଦି ସରକାରଙ୍କ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ। ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଥିଲେ ।

ଏ ପର୍ଯ୍ୟନ୍ତ ୧ ଲକ୍ଷ ୭୫ହଜ଼ାର ପରିବାରକୁ ଭୂମି ଅଧିକାର ଦିଆଯାଇଥିବାବେଳ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଅପରପକ୍ଷରେ ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳେ ରାଜ୍ୟର ୨୦ଟି ସହରରେ ଏଥିପାଇଁ କାମ ଚାଲିଛି । ସେହିପରି କୋଭିଡ ସମୟରେ ସହରର ଗରିବ ଲୋକଙ୍କ ପାଇଁ ଆରମ୍ଭ ହୋଇଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ ୫୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ  ବିକାଶ କାର୍ଯ୍ୟକ୍ରମକୁ ସଫଳ  ଭାବରେ କାର୍ଯ୍ୟକାରି କରିବା ଦିଗରେ  ନିଷ୍ଠାପର  ଉଦ୍ୟମ ଜାରି ରଖିବା  ପାଇଁ ପରାମର୍ଶ  ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର  ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥି ଭାତ ନାନ ଓ ପୌର ନିର୍ଦ୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ ।

Leave A Reply

Your email address will not be published.