Latest Odisha News

BREAKING NEWS

ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଯଶସ୍ୱୀ ସାରସ୍ୱତ ସାଧକ, ମନୋଜ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ୱର୍ଗତ ମନୋଜ ଦାସଙ୍କ ଅମଳିନ ପ୍ରତିଭା ସାହିତ୍ୟ ଓ ଦର୍ଶନ ଜଗତ ପାଇଁ ସବୁବେଳେ ଏକ ଆଲୋକ ସ୍ତମ୍ଭ ହେଇ ରହିଥିବ ଵୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭାରତୀୟ କଥା ସାହିତ୍ୟରେ ତାଙ୍କ ସ୍ୱତନ୍ତ୍ର ଶୈଳୀ ପାଇଁ ସେ ଅନନ୍ୟ ।

ତାଙ୍କ ବିୟୋଗରେ ଉତ୍କଳ ଜନନୀ ତାର ଅନ୍ୟତମ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି ।

ରାଷ୍ଟ୍ରୀୟ ସମ୍ମାନ ସହ ସ୍ୱର୍ଗତ ମନୋଜ ଦାସଙ୍କ ଶେଷକୃତ୍ୟ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପୁଡୁଚେରୀ ସରକାରଙ୍କୁ ଅନୁରୋଧ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ପଷରୁ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସ୍ୱର୍ଗତ ଦାସଙ୍କ ଶେଷ କୃତ୍ୟରେ ଯୋଗ ଦେବେ ।

Leave A Reply

Your email address will not be published.